ରୋଜଗାର ମେଳା, ୫୧,୦୦୦ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ନୂତନଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତିମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ଏତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ରୋଜଗାର ମେଳା ସାରା ଦେଶରେ ୪୫ଟି ସ୍ଥାନରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଗୃହ ମନ୍ତ୍ରାଳୟର ବିଭିନ୍ନ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ୍), ଯଥା କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ (ସିଆର୍ପିଏଫ୍), ସୀମା ସୁରକ୍ଷା ବଳ (ବିଏସ୍ଏଫ୍), ସଶସ୍ତ୍ର ସୀମା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ନୂତନଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତିମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ଏତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ରୋଜଗାର ମେଳା ସାରା ଦେଶରେ ୪୫ଟି ସ୍ଥାନରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଗୃହ ମନ୍ତ୍ରାଳୟର ବିଭିନ୍ନ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ୍), ଯଥା କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ (ସିଆର୍ପିଏଫ୍), ସୀମା ସୁରକ୍ଷା ବଳ (ବିଏସ୍ଏଫ୍), ସଶସ୍ତ୍ର ସୀମା ବଳ (ଏସ୍ଏସ୍ବି), ଆସାମ ରାଇଫଲ୍ସ, କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍ଏଫ୍), ଇଣ୍ଡୋ ତିବ୍ବତ ସୀମା ପୁଲିସ (ଆଇଟିବିପି), ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ଏବଂ ଦିଲ୍ଲୀ ପୁଲିସରେ ଯବାନମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଉଛି। ସାରା ଦେଶରୁ ମନୋନୀତ ହୋଇଥିବା ନୂତନ ନିଯୁକ୍ତ କର୍ମଚାରୀ ଗୃହ ମନ୍ତ୍ରଣାଳୟ ଅଧୀନରେ ଥିବା ବିଭିନ୍ନ ସଂସ୍ଥାରେ କନେଷ୍ଟବଳ (ଜେନେରାଲ ଡ୍ୟୁଟି), ସବ୍ଇନ୍ସପେକ୍ଟର (ଜେନେରାଲ ଡ୍ୟୁଟି) ଏବଂ ଅଣ-ଜେନେରାଲ ଡ୍ୟୁଟି କ୍ୟାଡର ପଦବିରେ ଯୋଗ ଦେବେ। ମୋଦୀ କହିଛନ୍ତି, ଭାରତ ଚଳିତ ଦଶନ୍ଧିରେ ଶୀର୍ଷ ୩ ଅର୍ଥନୀତି ମଧ୍ୟରେ ରହିବ।




