ସିଦ୍ଦରମେୟା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ, ଡିକେ ଶିବକୁମାର ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ : ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ କଂଗ୍ରେସ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଛି। ବରିଷ୍ଠ ନେତା ସିଦ୍ଦରମେୟା କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଏବଂ କର୍ଣ୍ଣାଟକ କଂଗ୍ରେସ ସଭାପତି ଡିକେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ହେବେ। ୫ ଦିନର ସସପେନ୍ସ ହଟାଇ କଂଗ୍ରେସ ସିଦ୍ଦରମେୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାପାଇଁ ଚୂଡ଼ାନ୍ତ ନିଷ୍ପତ୍ତିରେ ପହଞ୍ଚିଛି। କଂଗ୍ରେସ ମୁଖପାତ୍ର ରଣଦୀପ ସିଂହ ସୂର୍ଯେୱାଲା ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ଘୋଷଣା କରିଛନ୍ତି। ଶିବକୁମାରଙ୍କ ଘନିଷ୍ଠ […]
ନୂଆଦିଲ୍ଲୀ : ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ କଂଗ୍ରେସ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଛି। ବରିଷ୍ଠ ନେତା ସିଦ୍ଦରମେୟା କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଏବଂ କର୍ଣ୍ଣାଟକ କଂଗ୍ରେସ ସଭାପତି ଡିକେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ହେବେ। ୫ ଦିନର ସସପେନ୍ସ ହଟାଇ କଂଗ୍ରେସ ସିଦ୍ଦରମେୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାପାଇଁ ଚୂଡ଼ାନ୍ତ ନିଷ୍ପତ୍ତିରେ ପହଞ୍ଚିଛି। କଂଗ୍ରେସ ମୁଖପାତ୍ର ରଣଦୀପ ସିଂହ ସୂର୍ଯେୱାଲା ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ଘୋଷଣା କରିଛନ୍ତି। ଶିବକୁମାରଙ୍କ ଘନିଷ୍ଠ ସୂତ୍ରରୁ ଜଣାପଡ଼ିଛି ଯେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧିଙ୍କ ହସ୍ତକ୍ଷେପ କ୍ରମେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବାକୁ ରାଜି ହୋଇଛନ୍ତି। ଦଳର ସ୍ବାର୍ଥ ପାଇଁ ଶିବକୁମାର ଏହି ତ୍ୟାଗ ପାଇଁ ରାଜି ହୋଇଥିବା ଜଣାପଡ଼ିଛି। ତେବେ ଡିକେ ଶିବକୁମାରଙ୍କ ଭାଇ ଡିକେ ସୁରେଷ କହିଛନ୍ତି, ସେମାନେ ଏହି ନିଷ୍ପତ୍ତିରେ ଖୁସି ନାହାନ୍ତି। ସିଦ୍ଦରମେୟା ଏବଂ ଶିବକୁମାର ଆଜି ସକାଳେ କଂଗ୍ରେସ ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଭେଟିଥିଲେ। ଏହାପରେ ସେମାନେ କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ପଦ ପାଇଁ ଲଢ଼େଇ ହେବା ପରଠାରୁ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ। ତେବେ ଶପଥ ଗ୍ରହଣ କେବେ ହେବ ସେନେଇ ବିଧିବଦ୍ଧ ଘୋଷଣା ହୋଇନାହିଁ। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଅପରାହ୍ନ ୩ଟା ପରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଥିଲା। ମେ’ ୨୦ ତାରିଖରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ ବୋଲି କୁହାଯାଉଛି।




