ହରିୟାଣାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୮ ମୃତ
ନୂଆଦିଲ୍ଲୀ : ହରିୟାଣାର ଭିୱାନି ଜିଲ୍ଲା ଅଧୀନସ୍ଥ ବିବିପୁର ଗ୍ରାମ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇ ୮ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୨ ଜଣ ଆହତ ହୋଇଛନ୍ତି। ବସ୍ ଏବଂ ଏକ କ୍ରୁଜର ଆଜି ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଯାଇଛି। ୧୨ ଆହତଙ୍କୁ ତୁରନ୍ତ ଜିନ୍ଦ ଜେନେରାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଦୁର୍ଘଟଣା […]
ନୂଆଦିଲ୍ଲୀ : ହରିୟାଣାର ଭିୱାନି ଜିଲ୍ଲା ଅଧୀନସ୍ଥ ବିବିପୁର ଗ୍ରାମ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇ ୮ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୨ ଜଣ ଆହତ ହୋଇଛନ୍ତି। ବସ୍ ଏବଂ ଏକ କ୍ରୁଜର ଆଜି ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଯାଇଛି। ୧୨ ଆହତଙ୍କୁ ତୁରନ୍ତ ଜିନ୍ଦ ଜେନେରାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଦୁର୍ଘଟଣା ଖବର ପାଇ ଡିଏସ୍ପି ରୋହତସ ଧୁଲ ସଙ୍ଗେସଙ୍ଗେ ଘଟଣା ସ୍ଥଳରେ ପହଞ୍ଚିଥିଲେ ଏବଂ ଆହତମାନଙ୍କୁ ହସ୍ପିଟାଲ ନେବା ବ୍ୟବସ୍ଥା କରିଥିଲେ।




