ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ

ନୂଆଦିଲ୍ଳୀ: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି। ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ସେ ନିଖୋଜ ଥିଲେ। ତେବେ ଜାଣିବାକୁ ମିଳିଛି ଯେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ସହ ଇରାନର ବିଦେଶ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ନେଇ ଇରାନ ଗଣମାଧ୍ୟମ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ ରବିବାର ଅପରାହ୍ନ ୩ଟା ସମୟରେ ରଇସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ […]

Samaya Live Picture
Published On

ନୂଆଦିଲ୍ଳୀ: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି। ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ସେ ନିଖୋଜ ଥିଲେ। ତେବେ ଜାଣିବାକୁ ମିଳିଛି ଯେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ସହ ଇରାନର ବିଦେଶ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ନେଇ ଇରାନ ଗଣମାଧ୍ୟମ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ ରବିବାର ଅପରାହ୍ନ ୩ଟା ସମୟରେ ରଇସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ହେଲିକପ୍ଟରରେ ବୈଦେଶିକ ମନ୍ତ୍ରୀ ଇବ୍ରାହିମ ରାଇସି ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ଥିଲେ। ଦୁର୍ଘଟଣା ପରେ ଇରାନ ରାଷ୍ଟ୍ରପତିଙ୍କ ସହ ଯୋଗଯୋଗ ହୋଇପାରିନଥିଲା। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ରଇସି ପୂର୍ବ ଅଜରବାଇଜାନ ଅଂଚଳରେ ଯାତ୍ରା କରିବା ବେଳେ ରାଷ୍ଟ୍ରପତିଙ୍କ ହେଲିକପ୍ଟର ସମେତ ମୋଟ ତିନୋଟି ହେଲିକପ୍ଟର ଥିଲା । ଇରାନର ରାଜଧାନୀରୁ ପାଖାପାଖି ୬୦୦ କିଲୋମିଟର ଦୂର ଉତର ପଶ୍ଚିମର ଜୋଲଫା ସହରରେ ହଠାତ୍ ରାଷ୍ଟ୍ରପତିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ପ୍ରବଳ ବର୍ଷା କାରଣରୁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ଦୀର୍ଘ ୧୭ ଘଣ୍ଟା ପରେ ବି ରାଷ୍ଟ୍ରପତିଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଏଭଳି ଘଟଣାରେ ସାରା ଦେଶ ଦୁଃଖ ପ୍ରକାଶ କରିଛନ୍ତି। ବିଶ୍ବବ୍ୟାପୀ ନେତାମାନେ ମଧ୍ୟ ଇରାନ ରାଷ୍ଟ୍ରପତିଙ୍କ ଆକସ୍ମିକ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଏଭଳି ଏକ ଦୁଃଖ ସମୟରେ ଭାରତ ଇରାନ୍ ସହ ରହିଛି।

Tags: