୧୯ ରାଜ୍ୟ ପାଇଁ ପ୍ରବଳ ବର୍ଷା ଚେତାବନୀ
ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସାରା ଦେଶରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ୧୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ସତର୍କ ସୂଚନା ଜାରି କରିଛି। ଶନିବାର ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ଗୋଆ, ମହାରାଷ୍ଟ୍ର, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, କର୍ଣ୍ଣାଟକ, ପଶ୍ଚିମବଙ୍ଗ, ସିକ୍କିମ, ଆଣ୍ଡାମାନ ଓ ନିକୋବାର ଦ୍ବୀପପୁଞ୍ଜ, ଆନ୍ଧ୍ର ପ୍ରଦେଶ, ବିହାର, ଛତିଶଗଡ଼, ହିମାଚଳ ପ୍ରଦେଶ, […]
ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସାରା ଦେଶରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ୧୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ସତର୍କ ସୂଚନା ଜାରି କରିଛି। ଶନିବାର ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ଗୋଆ, ମହାରାଷ୍ଟ୍ର, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, କର୍ଣ୍ଣାଟକ, ପଶ୍ଚିମବଙ୍ଗ, ସିକ୍କିମ, ଆଣ୍ଡାମାନ ଓ ନିକୋବାର ଦ୍ବୀପପୁଞ୍ଜ, ଆନ୍ଧ୍ର ପ୍ରଦେଶ, ବିହାର, ଛତିଶଗଡ଼, ହିମାଚଳ ପ୍ରଦେଶ, ତେଲେଙ୍ଗାନା ଏବଂ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି।




