୩୨ ହଜାର ଟପିଲା ସକ୍ରିୟ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୩୫୭ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୩୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ […]

Samaya Live Picture
Published On

ନୂଆଦିଲ୍ଲୀ: ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୩୫୭ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୩୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୫୬,୫୧୬ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୧ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୬୫କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୁଜରାଟରୁ ୩, ବିହାର, ଛତିଶଗଡ଼, ମହାରାଷ୍ଟ୍ର, ଓଡ଼ିଶା ଓ ଉତ୍ତର ପ୍ରଦେଶରୁ ଗୋଟିଏ ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଛି। ସଂକ୍ରମଣରୁ ସୁସ୍ଥ ହୋଇଥିବା ସଂଖ୍ୟା ହେଉଛି ୪,୪୧,୯୨,୮୩୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୪% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୮୧୪କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୩,୩୨୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Tags: