୧୫ ତମ ଉପରାଷ୍ଟ୍ରପତି ଭାବେ ସି.ପି. ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ,ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ : ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ସି.ପି ରାଧାକୃଷ୍ଣନ । ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସି.ପି ରାଧାକୃଷ୍ଣନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏନଡିଏର ବରିଷ୍ଠ ନେତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ […]
ନୂଆଦିଲ୍ଲୀ : ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ସି.ପି ରାଧାକୃଷ୍ଣନ । ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସି.ପି ରାଧାକୃଷ୍ଣନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏନଡିଏର ବରିଷ୍ଠ ନେତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଉପସ୍ଥିତ ରହିଥିଲେ । ବିରୋଧୀ ଦଳର ନେତା ମାନେ ମଧ୍ୟ ଏହି ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଥିଲେ ।
ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ରାଧାକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଥିଲା ।
ସୂଚନାନୁସାରେ,ଗତ ଜୁଲାଇ ୨୧ ତାରିଖରେ ପୂର୍ବତନ ଉପ ରାଷ୍ଟ୍ରପତି ଜଗଦୀପ ଧନଖର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ପଦରୁ ଇସ୍ତଫା ଦେବା ପରେ ଏହା ଖାଲି ପଡିଥିଲା । ଏହାପରେ ସେପ୍ଟେମ୍ବର ୯ ତାରିଖରେ ନୂଆଦିଲ୍ଲୀର ନୂତନ ସଂସଦ ଭବନରେ ଉପରାଷ୍ଟ୍ରପତି ପଦ ପାଇଁ ଭୋଟିଂ କରାଯାଇଥିଲା। ଉପରାଷ୍ଟ୍ରପତି ପଦ ପାଇଁ ଏନ୍ଡ଼ିଏ ପ୍ରାର୍ଥୀ ସି.ପି ରାଧାକୃଷ୍ଣନ ଏବଂ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଏଥିରେ ତାଙ୍କୁ ୪୫୨ଭୋଟ ମିଳିଥିବା ବି. ସୁଦର୍ଶନ ରେଡ୍ଡୀ ପାଇଥିଲେ ୩୦୦ ଭୋଟ । ଏହି ବିଜୟ ସହିତ, ରାଧାକୃଷ୍ଣନ ଆଜି ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ।




