ଭେଙ୍କେଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳା ଚକଟା,୯ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଆନ୍ଧ୍ରପ୍ରଦେଶ : ଭେଙ୍କେଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳା ଚକଟା ଘଟି ୯ ଜଣ ଶ୍ରଦ୍ଧାଳୁଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଘଟିଛି ଏହି ଅଘଟଣ। ଏକାଦଶୀ ପର୍ବ ଉପଲକ୍ଷେ ଶ୍ରୀକାକୁଲମରେ ଭେଙ୍କେଟେଶ୍ଵର ସ୍ଵାମୀ ମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ତେବେ ଆଗକୁ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ଏହି ଘଟଣାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଏବଂ […]

ଭେଙ୍କେଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳା ଚକଟା,୯ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
Samaya Live Picture
Published On

ଆନ୍ଧ୍ରପ୍ରଦେଶ : ଭେଙ୍କେଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳା ଚକଟା ଘଟି ୯ ଜଣ ଶ୍ରଦ୍ଧାଳୁଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଘଟିଛି ଏହି ଅଘଟଣ। ଏକାଦଶୀ ପର୍ବ ଉପଲକ୍ଷେ ଶ୍ରୀକାକୁଲମରେ ଭେଙ୍କେଟେଶ୍ଵର ସ୍ଵାମୀ ମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ତେବେ ଆଗକୁ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ଏହି ଘଟଣାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଏବଂ ଆହତଙ୍କୁ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ ଘଟଣା ସ୍ଥଳରେ ଉପସ୍ଥିତ ରହିଛି । ରାଜ୍ୟ କୃଷି ମନ୍ତ୍ରୀ ଘଟଣା ସ୍ଥଳରେ ପହଞ୍ଚି ମନ୍ଦିର କର୍ତ୍ତୃପକ୍ଷ ସହିତ କଥା ହୋଇଛନ୍ତି ।

Tags: