କରୋନା ଡ଼ରରେ ସବୁ ବନ୍ଦ!
ସମୟ ଲାଇଭ,୧୬/୨: ଆଜି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଓଡ଼ିଶାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଚିନ୍ତା ବଢିଛି । କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଆଜିଠୁ କଟକ-ଭୁବନେଶ୍ୱର ଦ୍ୱେତନଗରୀରେ ସମସ୍ତ ସପିଂ ମଲ ବନ୍ଦ ରହିବ | ଆସନ୍ତା ୩୧ ଯାଏଁ ସମସ୍ତ ସପିଂ ମଲ ବନ୍ଦ ରହିବା ନେଇ ପୋଲିସ କମିଶନର ସୁଧାଂଷୁ ଷଡ଼ଙ୍ଗୀ ଟ୍ୱିଟ୍ କରି […]
ସମୟ ଲାଇଭ,୧୬/୨: ଆଜି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଓଡ଼ିଶାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଚିନ୍ତା ବଢିଛି । କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଆଜିଠୁ କଟକ-ଭୁବନେଶ୍ୱର ଦ୍ୱେତନଗରୀରେ ସମସ୍ତ ସପିଂ ମଲ ବନ୍ଦ ରହିବ | ଆସନ୍ତା ୩୧ ଯାଏଁ ସମସ୍ତ ସପିଂ ମଲ ବନ୍ଦ ରହିବା ନେଇ ପୋଲିସ କମିଶନର ସୁଧାଂଷୁ ଷଡ଼ଙ୍ଗୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।ତେଣୁ କରୋନା ସଂକ୍ରମଣ ରୋକିବା ପାଇଁ ଓଡିଶା ସହରାଂଚଳ ପୋଲିସ ଆଇନର ଧାରା ୩୫ ଅନୁସାରେ ଆଗାମୀ ମାର୍ଚ୍ଚ ୩୧ ତାରିଖ ଯାଏଁ ସମସ୍ତ ମଲ ବନ୍ଦ ରହିବ ବୋଲି ଟ୍ୱିଟ କରି ସୂଚନା ଦେଇଛି କମିଶନରେଟ ପୋଲିସ । ଏପରିକି କମିଶନରେଟ ପୋଲିସ ଅଂଚଳରେ ଯେଭଳି କୌଣସି ମଲ ଖୋଲା ନରୁହେ ସେଥିପାଇଁ ପଦକ୍ଷେପ ନେବାକୁ ଉଭୟ କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ସେ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।
ମାର୍ଚ୍ଚ ୩୧ ଯାଏଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ସିନେମା ହଲ, ସୁଇମିଂ ପୁଲ ଓ ଜିମ୍ ବନ୍ଦ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏବେ କଟକ-ଭୁବନେଶ୍ୱରରେ ସପିଂ ମଲ ବନ୍ଦ କରିବାକୁ କମିଶନରେଟ ପୋଲିସ ନିଷ୍ପତ୍ତି ନେଇଛି । ସେମିନାର, ୱାର୍କସପ୍, ଜନସମାଗମ, କନଫରେନ୍ସ ଉପରେ କଟକଣା ଲଗାଯାଇଛି । ଧର୍ମୀୟ ଉତ୍ସବ ଓ ବିବାହ ଭୋଜି ଭଳି ସାମାଜିକ କାର୍ଯ୍ୟକ୍ରମ ଗୁଡିକୁ ବାତିଲ କରାଯାଉଛି । ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ନ ଯିବାକୁ ପର୍ଯ୍ୟଟକଙ୍କ ଉପରେ କଟକଣା ଲଗାଯାଇଛି । ଅନ୍ୟପକ୍ଷରେ ଗଞ୍ଜାମ, ଖୋର୍ଦ୍ଧା, ଗଜପତି ଓ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି । ଏପରି କି ରାଜ୍ୟର ବିଭିନ୍ନ ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି |
Tags:




