ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ । ଆଜି ସକାଳ ୮.୨୨ ରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି I ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ସେ ନିଶ୍ୱାସ ପ୍ରଶ୍ୱାସ ରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଅଗଷ୍ଟ ୨୨ରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କର ନିମ୍ନ ରକ୍ତଚାପ ତଥା […]

Samaya Live Picture
Published On

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ । ଆଜି ସକାଳ ୮.୨୨ ରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି I ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ସେ ନିଶ୍ୱାସ ପ୍ରଶ୍ୱାସ ରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଅଗଷ୍ଟ ୨୨ରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କର ନିମ୍ନ ରକ୍ତଚାପ ତଥା ମୂତ୍ର ସଂକ୍ରମଣ ହେବା କାରଣରୁ ତାଙ୍କୁ ଅକ୍ଟୋବର ୧ରେ ତାଙ୍କୁ ICUକୁ ସ୍ଥାନାନ୍ତରିତ କରାଯାଇଥିଲା।

ଏହାପୂର୍ବରୁ ଚଳିତ ବର୍ଷ ଜୁଲାଇରେ ମୁଲାୟମ ସିଂ ଯାଦବଙ୍କ ପତ୍ନୀ ସାଧନା ଗୁପ୍ତାଙ୍କ ଦେହାନ୍ତ ହୋଇଥିଲା। ଫୁସଫୁସ ସଂକ୍ରମଣ ହେତୁ ଗୁରୁଗ୍ରାମର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପରେ ତାଙ୍କର ମୃତ୍ୟୁ ହୋଇଥିଲା। ସାଧନା ମୁଲାୟମ ସିଂ ଯାଦବଙ୍କ ଦ୍ୱିତୀୟ ପତ୍ନୀ ଥିଲେ। ତାଙ୍କର ପ୍ରଥମ ପତ୍ନୀ ମାଳତୀ ଦେବୀ ଙ୍କର ୨୦୦୩ ରେ ଦେହାନ୍ତ ହୋଇଥିଲା । ମାଳତୀ ଦେବୀ ଅଖିଳେଶ ଯାଦବଙ୍କ ମା’ଥିଲେ।