ସୁପ୍ରିମ କୋର୍ଟର ପ୍ରଧାନବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ସଞ୍ଜୀବ ଖାନ୍ନା
ନୂଆଦିଲ୍ଲୀ : ଜଷ୍ଟିସ ସଞ୍ଜୀବ ଖାନ୍ନା ହେଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୫୧ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଥିଲେ । ଆସନ୍ତାବର୍ଷ ମେ ୧୩ରେ ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ସରିବ । ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ଯୋଗଦେଇ ଓକିଲାତି ଜୀବନ ଆରମ୍ଭ […]
ନୂଆଦିଲ୍ଲୀ : ଜଷ୍ଟିସ ସଞ୍ଜୀବ ଖାନ୍ନା ହେଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୫୧ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଥିଲେ । ଆସନ୍ତାବର୍ଷ ମେ ୧୩ରେ ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ସରିବ ।
୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ଯୋଗଦେଇ ଓକିଲାତି ଜୀବନ ଆରମ୍ଭ କରିଥିଲେ। ସାମ୍ବିଧାନିକ ଆଇନ, ଟିକସ, ମଧ୍ୟସ୍ଥତା ଆଇନ, ବାଣିଜ୍ୟିକ ଆଇନ ଓ ପରିବେଶ ଆଇନ ଉପରେ ତାଙ୍କର ବେଶ୍ ଅଭିଜ୍ଞତା ରହିଛି। ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ନିର୍ବାଚନୀ ବଣ୍ଡ ରଦ୍ଦ ଠାରୁ ଆରମ୍ଭ କରି ଇଭିଏମ୍ ସ୍ୱଚ୍ଛତା, ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ କାଏମ ରଖିବା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଏହା ସହ ଦିଲ୍ଲୀ ଅବକାରୀ ନୀତି ମାମଲାରେ ଆପ୍ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ ଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ଜଷ୍ଟିସ୍ ଖାନ୍ନା ।
ଗତ ୮ ତାରିଖରେ ସିଜେଆଇ ଡିୱାଇ ଚନ୍ଦ୍ରଚୁଡ଼ଙ୍କ ଶେଷ କାର୍ଯ୍ୟ ଦିବସରେ ତାଙ୍କୁ ଭବ୍ୟ ବିଦୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା । ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରସ୍ତାବକୁ ଅନୁମୋଦନ କରିଥିଲେ ।




