କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ମାମଲା ରୁଜୁ ପାଇଁ ଅନୁମତି ଦେଲେ ରାଜ୍ୟପାଳ

ବେଙ୍ଗାଲୁରୁ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମୈୟାଙ୍କ ଅଡୁଆ ବଢିଛି। ଜମି ଦୁର୍ନୀତି ଅଭିଯୋଗ ପାଇଁ ତାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ ଅନୁମତି ଦେଇଛନ୍ତି । ଜଣେ ଆରଟିଆଇ କାର୍ଯ୍ୟକର୍ତ୍ତାଙ୍କ ଅନୁରୋଧ କ୍ରମେ ଏହି ଅନୁମତି ଦେଇଛନ୍ତି ରାଜ୍ୟପାଳ। ସୂଚନାନୁଯାୟୀ ଆରଟିଆଇ କାର୍ଯ୍ୟକର୍ତ୍ତା ଟି.ଜେ ଆବ୍ରାହମ ମହୀଶୁର ସହରାଞ୍ଚଳ ବିକାଶ ପ୍ରାଧିକରଣ (MUDA) ଜମି ଆବଣ୍ଟନରେ ଘୋଟାଲା ଅଭିଯୋଗ କରି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି […]

Samaya Live Picture
Published On

ବେଙ୍ଗାଲୁରୁ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମୈୟାଙ୍କ ଅଡୁଆ ବଢିଛି। ଜମି ଦୁର୍ନୀତି ଅଭିଯୋଗ ପାଇଁ ତାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ ଅନୁମତି ଦେଇଛନ୍ତି । ଜଣେ ଆରଟିଆଇ କାର୍ଯ୍ୟକର୍ତ୍ତାଙ୍କ ଅନୁରୋଧ କ୍ରମେ ଏହି ଅନୁମତି ଦେଇଛନ୍ତି ରାଜ୍ୟପାଳ। ସୂଚନାନୁଯାୟୀ ଆରଟିଆଇ କାର୍ଯ୍ୟକର୍ତ୍ତା ଟି.ଜେ ଆବ୍ରାହମ ମହୀଶୁର ସହରାଞ୍ଚଳ ବିକାଶ ପ୍ରାଧିକରଣ (MUDA) ଜମି ଆବଣ୍ଟନରେ ଘୋଟାଲା ଅଭିଯୋଗ କରି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ଦୁର୍ନୀତି ଉପରେ ମାମଲା ରୁଜୁ କରି ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ତଦନ୍ତ କରିବାକୁ ସେ ରାଜ୍ୟପାଳଙ୍କୁ ଅନୁରୋଧ କରିଥିଲେ। ରାଜ୍ୟପାଳ ଏଥିପାଇଁ ଅନୁମତି ପ୍ରଦାନ କରିଛନ୍ତି।

Tags: