ବିହାରର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଶପଥ ପାଠ ଗ୍ରହଣ କଲେ

ପାଟନା: ବିଜେପି ସହ ମେଣ୍ଟ ଭାଙ୍ଗି ଜେଡିୟୁ ନେତା ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଏବଂ ପୁରୁଣା ଦଳ ଆରଜେଡି ସହ ହାତ ମିଳାଇଥିଲେ । ତେବେ ଆଜି ଆରଜେଡି ସହ ମେଣ୍ଟ କରି ନୀତିଶ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏହା ସହିତ ଆରଜେଡି ନେତା ଏବଂ ଲାଲୁ ଯାଦବଙ୍କ ପୁତ୍ର ତେଜସ୍ୱୀ ଯାଦବ ଦ୍ୱିତୀୟ ଥର ଭାବେ ଉପମୁଖ୍ୟମନ୍ତ୍ରୀ ହୋଇ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ […]

Samaya Live Picture
Published On

ପାଟନା: ବିଜେପି ସହ ମେଣ୍ଟ ଭାଙ୍ଗି ଜେଡିୟୁ ନେତା ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଏବଂ ପୁରୁଣା ଦଳ ଆରଜେଡି ସହ ହାତ ମିଳାଇଥିଲେ । ତେବେ ଆଜି ଆରଜେଡି ସହ ମେଣ୍ଟ କରି ନୀତିଶ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏହା ସହିତ ଆରଜେଡି ନେତା ଏବଂ ଲାଲୁ ଯାଦବଙ୍କ ପୁତ୍ର ତେଜସ୍ୱୀ ଯାଦବ ଦ୍ୱିତୀୟ ଥର ଭାବେ ଉପମୁଖ୍ୟମନ୍ତ୍ରୀ ହୋଇ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଫାଗୁ ଚୌହାନ ରାଜ ଭବନରେ ଉଭୟ ନେତାଙ୍କୁ ଶପଥ ପାଠ କରାଇଛନ୍ତି । ୨୨ବର୍ଷ ମଧ୍ୟରେ ଆଜି ଅଷ୍ଟମ ଥର ନୀତିଶ କୁମାର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।