ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆରମ୍ଭ ହେଲା ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ । ହିମାଚଳ ପ୍ରଦେଶର ଉନା ରେଳ ଷ୍ଟେସନରୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶୁଭାରମ୍ଭ ବେଳେ ପ୍ରଧାନମନ୍ତ୍ରୀଙ୍କ ସହ ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ ଉପସ୍ଥିତ ଥିଲେ । ଏହା ହେଉଛି ହିମାଚଳ ପ୍ରଦେଶରୁ ଚାଲୁଥିବା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ । ଏହି ଟ୍ରେନ […]

Samaya Live Picture
Published On

ନୂଆଦିଲ୍ଲୀ : ଆରମ୍ଭ ହେଲା ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ । ହିମାଚଳ ପ୍ରଦେଶର ଉନା ରେଳ ଷ୍ଟେସନରୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଶୁଭାରମ୍ଭ ବେଳେ ପ୍ରଧାନମନ୍ତ୍ରୀଙ୍କ ସହ ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ ଉପସ୍ଥିତ ଥିଲେ । ଏହା ହେଉଛି ହିମାଚଳ ପ୍ରଦେଶରୁ ଚାଲୁଥିବା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ । ଏହି ଟ୍ରେନ ହିମାଚଳ ପ୍ରଦେଶର ଅମ୍ବ ଅଦୌରାରୁ ଦିଲ୍ଲୀ ଯାଏଁ ଚାଲିବ । ପୂର୍ବ ଅପେକ୍ଷା ଅଧିକ ଅପଡେଟ୍‌ ଓ ହାଲୁକା ହୋଇଥିବା ଯୋଗୁଁ କମ୍‌ ସମୟରେ ଅଧିକ ବେଗରେ ଗତି କରିବ ଏହି ଟ୍ରେନ୍‌ ।
ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ମାତ୍ର ୫୨ ସେକେଣ୍ଡରେ ଏହା ଘଂଟା ପ୍ରତି ୧୦୦ କିଲୋମିଟର ବେଗରେ ଗତି କରିବ । ବନ୍ଦେ ଭାରତ ଏକ୍ସପ୍ରେସ ଦ୍ୱାରା ହିମାଚଳରୁ ଦିଲ୍ଲୀ ଯାତ୍ରା କରିବାକୁ ୫ ଘଂଟା ସମୟ ଲାଗିବ । ସେହିପରି ଦିଲ୍ଲୀରୁ ଚଣ୍ଡିଗଡକୁ ମାତ୍ର ୩ ଘଂଟା ଲାଗିବ । ବୁଧବାର ବ୍ୟତୀତ ସପ୍ତାହର ଅନ୍ୟ ଦିନ ମାନଙ୍କରେ ଚାଲିବ ଏହି ଟ୍ରେନ । ଏହା ପୂର୍ବରୁ ମୋଦି ୩୦ ସେପେଫମ୍ବରରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଥିଲେ ।