5G ସେବାର ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ବହୁ ପ୍ରତୀକ୍ଷା ପରେ ଦେଶରେ ଆରମ୍ଭ ହେଲା 5G ସେବା । ଆଜିଠାରୁ ନୂଆଦିଲ୍ଲୀ ସ୍ଥିତ ପ୍ରଗତି ମୈଦାନ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ଭାରତୀୟ ମୋବାଇଲ୍ କଂଗ୍ରେସ ୨୦୨୨ ଆରମ୍ଭ କରିଛନ୍ତି । ଅତ୍ୟାଧୁନିକ ଟେଲିକମ୍ ସର୍ଭିସ ସହ ଭାରତ ମଧ୍ୟ ସେହି ଦେଶ ତାଲିକାରେ ଯୋଡିହେଲା, ଯେଉଁଠି 5G ସେବା ଉପଲବ୍ଧ ହେଉଥିଲା । ଏହି କାର୍ଯ୍ୟକ୍ରମରେ ମୋଦିଙ୍କ ସହ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ ଥିଲେ […]
ନୂଆଦିଲ୍ଲୀ : ବହୁ ପ୍ରତୀକ୍ଷା ପରେ ଦେଶରେ ଆରମ୍ଭ ହେଲା 5G ସେବା । ଆଜିଠାରୁ ନୂଆଦିଲ୍ଲୀ ସ୍ଥିତ ପ୍ରଗତି ମୈଦାନ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ଭାରତୀୟ ମୋବାଇଲ୍ କଂଗ୍ରେସ ୨୦୨୨ ଆରମ୍ଭ କରିଛନ୍ତି । ଅତ୍ୟାଧୁନିକ ଟେଲିକମ୍ ସର୍ଭିସ ସହ ଭାରତ ମଧ୍ୟ ସେହି ଦେଶ ତାଲିକାରେ ଯୋଡିହେଲା, ଯେଉଁଠି 5G ସେବା ଉପଲବ୍ଧ ହେଉଥିଲା । ଏହି କାର୍ଯ୍ୟକ୍ରମରେ ମୋଦିଙ୍କ ସହ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ ଥିଲେ ।
ପ୍ରଥମ ପର୍ଯ୍ୟାୟରେ ଏହା ୧୩ଟି ସହରରେ ଆରମ୍ଭ ହୋଇଛି । ଏୟାରଟେଲ ପକ୍ଷରୁ ବାରାଣସୀ ଓ ଜିଓ ପକ୍ଷରୁ ଅହମ୍ମଦାବାଦରେ 5-G ନେଟୱର୍କ ସେବା ଆରମ୍ଭ ହେବ । ଆଜିର ଏହି 5-G ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଶିଷ୍ଟ ଶିଳ୍ପପତୀ ମୁକେଶ ଅମ୍ୱାନୀ ଓ ପୁଅ ଆକାଶ ଅମ୍ୱାନୀ ପ୍ରମୁଖ ସାମିଲ ହୋଇଥିଲେ ।
ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀ, କୋଲକତା, ଚେନ୍ନାଇ, ମୁମ୍ବାଇ, ଅହମଦାବାଦ୍, ବେଙ୍ଗଲୁରୁ, ଚଣ୍ଡିଗଡ଼, ଗାନ୍ଧିନଗର, ଗୁରୁଗ୍ରାମ, ହାଇଦ୍ରାବାଦ, ଜାମନଗର, ଲକ୍ଷ୍ନୌ, ପୁଣେ ଭଳି ୧୩ ଟି ମେଟ୍ରୋ ସହରରେ ଏହି ସେବା ଆରମ୍ଭ ହୋଇଛି । ପରେ ପର୍ଯ୍ୟାୟ କ୍ରମେ ଧୀରେ ଧୀରେ ଏହା ଅନ୍ୟ ସହରରେ ଆରମ୍ଭ କରାଯିବ । ଆଜିଠାରୁ ଏହି କାର୍ଯ୍ୟକ୍ରମ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ । 5G ସେବା ଆରମ୍ଭ ହେଲେ ମିଳିବ 3G ଠାରୁ ୩୦ ଗୁଣ ଓ 4G ଠାରୁ ୧୦ ଗୁଣା ସ୍ପିଡ୍ ସେବା । ଆବଶ୍ୟକ ସ୍ଥଳେ ଏହି ସ୍ପିଡ ୧୦୦ ଗୁଣା ଯାଏଁ ଯାଇପାରେ ବୋଲି କୁହାଯାଉଛି ।
ଏୟାରଟେଲ ପକ୍ଷରୁ ବାରାଣସୀ ଓ ଜିଓ ପକ୍ଷରୁ ଅହମ୍ମଦାବାଦରେ 5-G ନେଟୱର୍କ ସେବା ଆରମ୍ଭ ହୋଇଛି । ଆଜିର ଏହି 5-G ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଶିଷ୍ଟ ଶିଳ୍ପପତୀ ମୁକେଶ ଅମ୍ୱାନୀ ଓ ପୁଅ ଆକାଶ ଅମ୍ୱାନୀ ପ୍ରମୁଖ ସାମିଲ ହୋଇଥିଲେ ।




