ଏକାଦଶ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ

ନୂଆଦିଲ୍ଲୀ : ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ । ୬.୫ ପ୍ରତିଶତରେ ସ୍ଥିର ରହିଲା ରେପୋ ରେଟ୍ । ମୁଦ୍ରାସ୍ଫୀତି ଦୃଷ୍ଟିକୋଣରୁ କ୍ରମାଗତ ଏକାଦଶ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ତା’ର ଋଣ ହାର ଅପରିବର୍ତ୍ତିତ ରଖିଛି। କିନ୍ତୁ ଚଳିତ ବର୍ଷର ଅଭିବୃଦ୍ଧି ହାର କମାଇ ଦେଇଛି। ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ଦରଦାମ ବୃଦ୍ଧିରେ ନିୟନ୍ତ୍ରଣ ଆମର ପ୍ରାଥମିକତା ବୋଲି କହିଛନ୍ତି ଆରବିଆଇ ଗଭର୍ଣ୍ଣର । […]

Samaya Live Picture
Published On

ନୂଆଦିଲ୍ଲୀ : ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ । ୬.୫ ପ୍ରତିଶତରେ ସ୍ଥିର ରହିଲା ରେପୋ ରେଟ୍ । ମୁଦ୍ରାସ୍ଫୀତି ଦୃଷ୍ଟିକୋଣରୁ କ୍ରମାଗତ ଏକାଦଶ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ତା’ର ଋଣ ହାର ଅପରିବର୍ତ୍ତିତ ରଖିଛି। କିନ୍ତୁ ଚଳିତ ବର୍ଷର ଅଭିବୃଦ୍ଧି ହାର କମାଇ ଦେଇଛି। ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ଦରଦାମ ବୃଦ୍ଧିରେ ନିୟନ୍ତ୍ରଣ ଆମର ପ୍ରାଥମିକତା ବୋଲି କହିଛନ୍ତି ଆରବିଆଇ ଗଭର୍ଣ୍ଣର ।

ଆର.ବି.ଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି,ରିଜର୍ଭ ବ୍ୟାଙ୍କର ୬ ଜଣିଆ ମୁଦ୍ରା ନୀତି କମିଟିର ଏକ ବୈଠକ ବସିଥିଲା । ଏଥିରେ ରେପୋ ରେଟ୍‌ ୬.୫ ପ୍ରତିଶତରେ ସ୍ଥିର ରଖିବାକୁ ୪ ଜଣ ସଦସ୍ୟ ମତ ଦେଇଥିଲେ ଓ ୨ ଜଣ ଏହାକୁ ବିରୋଧ କରିଥିଲେ। ତେଣୁ ସଂଖ୍ୟାଧିକ ମତ ଅନୁସାରେ ନିଷ୍ପତ୍ତି ହେଲା ଯେ ରେପୋ ରେଟ୍‌ ଅପରିବର୍ତ୍ତିତ ରହିବ।

ତେବେ କ୍ରମାଗତ ଏକାଦଶ ଥର ପାଇଁ ରେପୋ ରେଟରେ ପରିବର୍ତ୍ତନ କରାଯାଇନାହିଁ । ଗତ ବର୍ଷ ଫେବୃଆରୀରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ ହୋଇଥିଲା। ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ମୁଦ୍ରାସ୍ଫିତୀକୁ ନିୟନ୍ତ୍ରଣରେ ରଖିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ରେପୋ ହାରରେ କୌଣସି ପରିବର୍ତ୍ତନ ନହେବା କାରଣରୁ ଘର ଏବଂ କାର ଲୋନ୍ ସମେତ ସମସ୍ତ ପ୍ରକାରର ଲୋନର ଇଏମଆଇ ପୂର୍ବ ପରି ସମାନ ରହିଛି। ଲୋନ ନେଇ ଇଏମଆଇ ଦେଉଥିଲେ ଏହା ବୃଦ୍ଧି ପାଇବନି । ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ଏମପିସି ବୈଠକରେ କହିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ।

Tags: