୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୮୭୬ ଏବଂ ୩ ହଜାରରୁ ଉର୍ଦ୍ଧ୍ୱ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୧୬ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୮୭୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩ ହଜାର ୮୮୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୫୦ ହଜାର ୦୫୫ ଜଣ କରୋନାରୁ ସୁସ୍ଥ […]

Samaya Live Picture
Published On

ଦିଲ୍ଲୀ: ମାର୍ଚ୍ଚ ୧୬ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୮୭୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩ ହଜାର ୮୮୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୫୦ ହଜାର ୦୫୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ କରୋନାରେ ୯୮ ଜଣଙ୍କର ମୃତୁ୍ୟ ହୋଇଥିବା ସୂଚନା ରହିଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୫ ଲକ୍ଷ ୧୬ ହଜାର ୦୭୨ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୩୮ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୪୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୦. ୬୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।