୨୪ ଘଣ୍ଟାରେ ଦେଶରେ ୭,୧୪୫ କରୋନା ସଂକ୍ରମିତ ଏବଂ ୨୮୯ ମୃତ

ଦିଲ୍ଲୀ: ଡିସେମ୍ବର ୧୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୧୪୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୮, ୭୦୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୭୧ ହଜାର ୪୭୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୪ ହଜାର […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୧୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୧୪୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୮, ୭୦୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୭୧ ହଜାର ୪୭୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୪ ହଜାର ୫୬୫ ରହିଛି । ୨୪ ଘଣ୍ଟାରେ ଦେଶରେ ୨୮୯ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୭ ହଜାର ୧୫୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୬୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୫୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୬.୬୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।