୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣ ୨ ଲକ୍ଷକୁ ଟପିଲା, ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୫, ୪୮୮
ଦିଲ୍ଲୀ: ଜାନୁଆରୀ ୧୨ : ଦେଶରେ କରୋନାର କଡ଼ାକଡ଼ି କଟକଣା ଥିବା ସତ୍ତେ୍ୱ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲୁଛି । ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୧୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮୪, ୮୨୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୫. ୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୭ ଲକ୍ଷ ୧୫ ହଜାର ୩୬୧ […]
ଦିଲ୍ଲୀ: ଜାନୁଆରୀ ୧୨ : ଦେଶରେ କରୋନାର କଡ଼ାକଡ଼ି କଟକଣା ଥିବା ସତ୍ତେ୍ୱ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲୁଛି । ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୧୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮୪, ୮୨୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୫. ୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୭ ଲକ୍ଷ ୧୫ ହଜାର ୩୬୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧୧ ଲକ୍ଷ ୧୭ ହଜାର ୫୩୧ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୦. ୮୦ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୩. ୧୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୫୪ .୬୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
ଅନ୍ୟପକ୍ଷରେ, ଦେଶରେ ୫, ୪୮୮ ଜଣ ଓମିକ୍ରନ୍ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୨, ୧୬୨ ଜଣ ସୁସ୍ଥ ହୋଇସାରିଛନ୍ତି ।




