୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୪୯୯ ଜଣ ସଂକ୍ରମିତ ଏବଂ ୨୩ ହଜାରରୁ ଅଧିକ ସୁସ୍ଥ

ଦିଲ୍ଲୀ: ଫେବୃଆରୀ ୨୬ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୪୯୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୩ ହଜାର ୫୯୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୫୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୨ ଲକ୍ଷ ୭୦ ହଜାର […]

Samaya Live Picture
Published On

ଦିଲ୍ଲୀ: ଫେବୃଆରୀ ୨୬ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୪୯୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୩ ହଜାର ୫୯୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୫୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୨ ଲକ୍ଷ ୭୦ ହଜାର ୪୮୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ସେହିପରି ୨୪ ଘଣ୍ଟାରେ ୨୫୫ ଜଣଙ୍କର ମୃତୁ୍ୟ ହୋଇଛି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୨୧ ହଜାର ୮୮୧ ରହିଛି ।

ଦେଶରେ ଦୈନିକ ସଂକ୍ରମଣ ହାର ୧. ୦୧ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୧. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୭. ୧୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।