ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୬, ୯୧୫ ସଂକ୍ରମିତ ଚିହ୍ନଟ ଏବଂ ୧୮୦ ମୃତ
ଦିଲ୍ଲୀ: ମାର୍ଚ୍ଚ ୦୧ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ୯୧୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୮୬୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୨୪ ହଜାର […]
ଦିଲ୍ଲୀ: ମାର୍ଚ୍ଚ ୦୧ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ୯୧୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୮୬୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୨୪ ହଜାର ୫୫୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୮୦ ଜଣଙ୍କର ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ଏବେ ୫ ଲକ୍ଷ ୧୪ ହଜାର ୦୨୩ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୨ ହଜାର ୪୭୨ ରହିଛି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୭୭ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୧. ୧୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୭୭. ୭୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




