ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୭, ୫୫୪ ସଂକ୍ରମିତ ଚିହ୍ନଟ ଏବଂ ୨୨୩ ମୃତ

ଦିଲ୍ଲୀ: ମାର୍ଚ୍ଚ ୦୨ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ୫୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୪ ହଜାର ୧୨୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮.୬୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୩୮ ହଜାର ୬୭୩ […]

Samaya Live Picture
Published On

ଦିଲ୍ଲୀ: ମାର୍ଚ୍ଚ ୦୨ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ୫୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୪ ହଜାର ୧୨୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮.୬୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୩୮ ହଜାର ୬୭୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୨୨୩ ଜଣଙ୍କର ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ଏବେ ୫ ଲକ୍ଷ ୧୪ ହଜାର ୨୪୬ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୫ ହଜାର ୬୮୦ ରହିଛି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୯୬ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୧. ୦୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୭. ୭୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।