୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪, ୫୭୫ ଏବଂ ୭ ହଜାରରୁ ଅଧିକ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୦୯ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୫୭୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୭ ହଜାର ୪୧୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮.୬୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୧୩ ହଜାର ୫୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । […]

Samaya Live Picture
Published On

ଦିଲ୍ଲୀ: ମାର୍ଚ୍ଚ ୦୯ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୫୭୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୭ ହଜାର ୪୧୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮.୬୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୧୩ ହଜାର ୫୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୪୫ ଜଣଙ୍କର ମୃତୁ୍ୟ ହୋଇଛି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୪୬ ହଜାର ୯୬୨ ରହିଛି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୫୧ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୬୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୯. ୩୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।