ଦେଶରେ କରୋନା ସୁସ୍ଥତାବଢ଼ୁଛି: ୨୪ ଘଣ୍ଟାରେ ୬, ୫୫୪ ସୁସ୍ଥ ଓ ୪, ୧୮୪ ସଂକ୍ରମିତ ଚିହ୍ନଟ

ଦିଲ୍ଲୀ: ମାର୍ଚ୍ଚ ୧୦ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୧୮୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୬ ହଜାର ୫୫୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୨୦ ହଜାର ୧୨୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି […]

Samaya Live Picture
Published On

ଦିଲ୍ଲୀ: ମାର୍ଚ୍ଚ ୧୦ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୧୮୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୬ ହଜାର ୫୫୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୨୦ ହଜାର ୧୨୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ କରୋନାରେ ୧୦୪ ଜଣଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଦେଶରେ ମୋଟ୍‌ ୫ ଲକ୍ଷ ୧୫ ହଜାର ୪୫୯ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୪୪ ହଜାର ୪୮୮ ରହିଛି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୪୮ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୫୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୯. ୫୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।