୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪, ୧୯୪ ଏବଂ ୬, ୨୦୮ ସୁସ୍ଥ
ଦିଲ୍ଲୀ: ମାର୍ଚ୍ଚ ୧୧ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୧୯୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୬ ହଜାର ୨୦୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୨୬ ହଜାର ୩୨୮ ଜଣ କରୋନାରୁ ସୁସ୍ଥ […]
ଦିଲ୍ଲୀ: ମାର୍ଚ୍ଚ ୧୧ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୧୯୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୬ ହଜାର ୨୦୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୨୬ ହଜାର ୩୨୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ କରୋନାରେ ୨୫୫ ଜଣଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଦେଶରେ ମୋଟ୍ ୫ ଲକ୍ଷ ୧୫ ହଜାର ୭୧୪ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୪୨ ହଜାର ୨୧୯ ରହିଛି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୫୨ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୫୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୭୯. ୭୨ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




