୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩, ୬୧୪ ଏବଂ ୫, ୧୮୫ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୧୨ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୬୧୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୫ ହଜାର ୧୮୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୩୧ ହଜାର ୫୧୩ ଜଣ କରୋନାରୁ ସୁସ୍ଥ […]

Samaya Live Picture
Published On

ଦିଲ୍ଲୀ: ମାର୍ଚ୍ଚ ୧୨ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୬୧୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୫ ହଜାର ୧୮୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୩୧ ହଜାର ୫୧୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୪୪ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୫୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୯. ୯୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।