୨୪ ଘଣ୍ଟାରେ ଦେଶରେ ୧, ୯୩୮ କରୋନାରେ ସଂକ୍ରମିତ ଓ ୨ ହଜାରରୁ ଅଧିକ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୨୪ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୯୩୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ହଜାର ୫୩୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି […]

Samaya Live Picture
Published On

ଦିଲ୍ଲୀ: ମାର୍ଚ୍ଚ ୨୪ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୯୩୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ହଜାର ୫୩୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୭୫ ହଜାର ୫୮୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ କରୋନାରେ ୬୭ ଜଣଙ୍କର ମୃତୁ୍ୟ ହୋଇଥିବା ସୂଚନା ରହିଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୫ ଲକ୍ଷ ୧୬ ହଜାର ୬୭୨ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୯ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୨. ୨୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Tags: