୨୪ ଘଣ୍ଟାରେ ଦେଶରେ ୧, ୨୨୫ କରୋନା ସଂକ୍ରମଣ ଚିହ୍ନଟ ଓ ୧, ୫୯୪ ସୁସ୍ଥ
ଦିଲ୍ଲୀ: ମାର୍ଚ୍ଚ ୩୧ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୨୫ ରହିଛି ଏବଂ ୧ ହଜାର ୫୯୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୮୯ ହଜାର ୦୦୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ଦେଶରେ ୨୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି […]
ଦିଲ୍ଲୀ: ମାର୍ଚ୍ଚ ୩୧ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୨୫ ରହିଛି ଏବଂ ୧ ହଜାର ୫୯୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୮୯ ହଜାର ୦୦୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ଦେଶରେ ୨୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୦ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୪. ୦୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




