ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧, ୩୩୫ ନୂଅ ସଂକ୍ରମିତ ଚିହ୍ନଟ ଏବଂ ୧, ୯୧୮ ସୁସ୍ଥ

ଦିଲ୍ଲୀ: ଏପ୍ରିଲ ୦୧ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୩୩୫ ରହିଛି । ଆଜିର ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ୪ କୋଟି ୩୦ ଲକ୍ଷ ୨୫ ହଜାର ୭୭୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ଆଜି ୧ ହଜାର ୯୧୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି […]

Samaya Live Picture
Published On

ଦିଲ୍ଲୀ: ଏପ୍ରିଲ ୦୧ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୩୩୫ ରହିଛି । ଆଜିର ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ୪ କୋଟି ୩୦ ଲକ୍ଷ ୨୫ ହଜାର ୭୭୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ଆଜି ୧ ହଜାର ୯୧୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୯୦ ହଜାର ୯୨୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୫୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୧୮୧ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୨ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୪. ୩୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।