ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧, ୨୬୦ ନୂଆ ସଂକ୍ରମିତ ଚିହ୍ନଟ ଏବଂ ୮୩ ମୃତ
ଦିଲ୍ଲୀ: ଏପ୍ରିଲ ୦୨ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୬୦ ରହିଛି । ସେହିପରି ଆଜି ୧ ହଜାର ୪୦୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୯୨ ହଜାର ୩୨୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ଦେଶରେ ୮୩ ଜଣଙ୍କର କରୋନାରେ […]
ଦିଲ୍ଲୀ: ଏପ୍ରିଲ ୦୨ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୬୦ ରହିଛି । ସେହିପରି ଆଜି ୧ ହଜାର ୪୦୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୯୨ ହଜାର ୩୨୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୮୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୨୬୪ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୪ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୪. ୫୨ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




