ଦେଶରେ ଦ୍ରୁତ ଗତିରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ହଜାରେ ତଳକୁ ରହିଛି ଚିହ୍ନଟଙ୍କ ସଂଖ୍ୟା

ଦିଲ୍ଲୀ: ଏପ୍ରିଲ ୦୪ : ଦୀର୍ଘ ବର୍ଷ ପରେ ଆଜି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହଜାରେ ତଳକୁ ରହିଛି । ଏଥିରୁ ଜଣାପଡ଼ୁଛି ଯେ, ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମିବାକୁ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୩ ରହିଛି । ସେହିପରି ଆଜି ୧ ହଜାର ୩୧୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା […]

Samaya Live Picture
Published On

ଦିଲ୍ଲୀ: ଏପ୍ରିଲ ୦୪ : ଦୀର୍ଘ ବର୍ଷ ପରେ ଆଜି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହଜାରେ ତଳକୁ ରହିଛି । ଏଥିରୁ ଜଣାପଡ଼ୁଛି ଯେ, ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମିବାକୁ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୩ ରହିଛି । ସେହିପରି ଆଜି ୧ ହଜାର ୩୧୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୯୫ ହଜାର ୦୮୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୧୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୩୫୮ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୯ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୪. ୭୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।