ଦ୍ରୁତ ଗତିରେ କମୁଛି ଦେଶରେ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୭୯୫ କରୋନା ସଂକ୍ରମିତ ଚିହ୍ନଟ
ଦିଲ୍ଲୀ: ଏପ୍ରିଲ ୦୫ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୨୯ ହଜାର ୮୩୯ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧ ହଜାର ୨୮୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି […]
ଦିଲ୍ଲୀ: ଏପ୍ରିଲ ୦୫ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୨୯ ହଜାର ୮୩୯ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧ ହଜାର ୨୮୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୯୬ ହଜାର ୩୬୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୫୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୪୧୬ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୧୭ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୪. ୮୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




