୨୪ ଘଣ୍ଟାରେ ଦେଶରେ କରୋନା ୧, ୦୮୬ ଜଣ ସଂକ୍ରମିତ ଏବଂ ୧, ୧୯୮ ସୁସ୍ଥ
ଦିଲ୍ଲୀ: ଏପ୍ରିଲ ୦୬ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧, ୦୮୬ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୩୦ ହଜାର ୯୨୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧ ହଜାର ୧୯୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ […]
ଦିଲ୍ଲୀ: ଏପ୍ରିଲ ୦୬ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧, ୦୮୬ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୩୦ ହଜାର ୯୨୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧ ହଜାର ୧୯୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୯୭ ହଜାର ୫୬୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୭୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୪୮୭ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୩ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୫. ୦୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




