୨୪ ଘଣ୍ଟାରେ ଦେଶରେ ୧,୧୦୯ ଜଣ କରୋନାରେ ସଂକ୍ରମିତ ଏବଂ ୪୩ ମୃତ

ଦିଲ୍ଲୀ: ଏପ୍ରିଲ ୦୮ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧, ୧୦୯ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୩୩ ହଜାର ୦୬୭ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧ ହଜାର ୨୧୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ […]

Samaya Live Picture
Published On

ଦିଲ୍ଲୀ: ଏପ୍ରିଲ ୦୮ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧, ୧୦୯ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୩୩ ହଜାର ୦୬୭ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧ ହଜାର ୨୧୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୪୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୫୭୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୪ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୫. ୩୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।