୨୪ ଘଣ୍ଟାରେ ଦେଶରେ ୯୭୫ ଜଣ କରୋନାରେ ସଂକ୍ରମିତ ଏବଂ ୪ ମୃତ
ଦିଲ୍ଲୀ: ଏପ୍ରିଲ ୧୬ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୪୦ ହଜାର ୯୪୭ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୭୯୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ […]
ଦିଲ୍ଲୀ: ଏପ୍ରିଲ ୧୬ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୪୦ ହଜାର ୯୪୭ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୭୯୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୦୭ ହଜାର ୮୩୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୭୪୭ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୩୨ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୬. ୩୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




