୨୪ ଘଣ୍ଟାରେ ଦେଶରେ ୨ ହଜାରରୁ ଅଧିକ ସଂକ୍ରମିତ ଓ ୫୪ ମୃତ
ଦିଲ୍ଲୀ: ଏପ୍ରିଲ ୨୨ : ଦୁଇ ଦିନ ହେବ ଦେଶରେ କରୋନ ଗ୍ରାଫ୍ ପୁଣି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୪୫୧ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୫୨ ହଜାର ୪୨୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧, ୫୮୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା […]
ଦିଲ୍ଲୀ: ଏପ୍ରିଲ ୨୨ : ଦୁଇ ଦିନ ହେବ ଦେଶରେ କରୋନ ଗ୍ରାଫ୍ ପୁଣି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୪୫୧ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୫୨ ହଜାର ୪୨୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧, ୫୮୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୧୬ ହଜାର ୦୬୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୫୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୨ ହଜାର ୧୧୬ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୫୫ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୪୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୭. ୨୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




