୨୪ ଘଣ୍ଟାରେ ଦେଶରେ ୩, ୨୭୫ କରୋନା ସଂକ୍ରମିତ ଚିହ୍ନଟ ଓ ୫୫ ମୃତ
ଦିଲ୍ଲୀ: ମେ ୦୫ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୨୭୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୯୧ ହଜାର ୩୯୩ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୩, ୦୧୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ […]
ଦିଲ୍ଲୀ: ମେ ୦୫ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୨୭୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୯୧ ହଜାର ୩୯୩ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୩, ୦୧୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୪୭ ହଜାର ୬୯୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୫୫ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୩ ହଜାର ୯୭୫ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୭୭ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୭୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୯. ୬୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




