୨୪ ଘଣ୍ଟାରେ ଦେଶରେ ୧, ୫୬୯ କରୋନା ସଂକ୍ରମିତ ଓ ୨,୪୬୭ ସୁସ୍ଥ
ଦିଲ୍ଲୀ: ମେ ୧୭: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୫୬୯ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୨୫ ହଜାର ୩୭୦ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୨, ୪୬୭ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୮୪ ହଜାର ୭୧୦ ଜଣ କରୋନାରୁ ସୁସ୍ଥ […]
ଦିଲ୍ଲୀ: ମେ ୧୭: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୫୬୯ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୨୫ ହଜାର ୩୭୦ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୨, ୪୬୭ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୮୪ ହଜାର ୭୧୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୯ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୨୬୦ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦିଲ୍ଲୀରେ ସର୍ବାଧିକ ୩୭୭ ଜଣ କରୋନାରେ ସଂକ୍ରମିତ ହୋଇଥିଲା ବେଳେ ଏହାର ଦ୍ୱିତୀୟ ସ୍ଥାନରେ କେରଳ ରହିଛି । କେରଳରେ ୩୨୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ ତୃତୀୟ ସ୍ଥାନରେ ହରିୟାଣାରେ ୨୧୮ ଜଣ କରୋନା ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।




