ସ୍ଥିର ରହିଛି ଦେଶର କରୋନା ଗ୍ରାଫ୍: ୨୪ ଘଣ୍ଟାରେ ୨, ୬୮୫ ସଂକ୍ରମିତ ଚିହ୍ନଟ ଓ ୩୩ ମୃତ
ଦିଲ୍ଲୀ: ମେ ୨୮ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୬୮୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୫୦ ହଜାର ୨୧୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜିର ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୧୬ ହଜାର ୩୦୮ ଜଣ ସକ୍ରିୟ ରୋଗୀ ରହିଛନ୍ତି । ସେହିପରି ଆଜି ୨, ୧୫୮ ଜଣ […]
ଦିଲ୍ଲୀ: ମେ ୨୮ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୬୮୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୫୦ ହଜାର ୨୧୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜିର ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୧୬ ହଜାର ୩୦୮ ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ସେହିପରି ଆଜି ୨, ୧୫୮ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୦୯ ହଜାର ୩୩୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୩୩ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୫୭୨ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।




