ବଢ଼ୁଛି ଦେଶରେ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୬ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ଓ ୨୪ ମୃତ

ଦିଲ୍ଲୀ: ଜୁଲାଇ ୦୪: ୨୪ ଦେଶରେ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୧୩୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୫ ଲକ୍ଷ ୧୮ ହଜାର ୫୬୪ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । କରେଳରେ ସର୍ବାଧିକ ୩, ୬୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ ମହାରାଷ୍ଟ୍ରରେ ୨, ୯୬୨ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ନୂଆ […]

Samaya Live Picture
Published On

ଦିଲ୍ଲୀ: ଜୁଲାଇ ୦୪: ୨୪ ଦେଶରେ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୧୩୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୫ ଲକ୍ଷ ୧୮ ହଜାର ୫୬୪ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । କରେଳରେ ସର୍ବାଧିକ ୩, ୬୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ ମହାରାଷ୍ଟ୍ରରେ ୨, ୯୬୨ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୨ ହଜାର ୧୫୩ ଜଣ ସକ୍ରିୟ ରୋଗୀ ରହିଛନ୍ତି ।

ଅନ୍ୟପକ୍ଷରେ, ଆଜି ୧୩ ହଜାର ୯୫୮ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୮ ଲକ୍ଷ ୭୯ ହଜାର ୪୭୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ୨୪ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୫ ହଜାର ୨୨୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।