୨୪ ଘଣ୍ଟାରେ ଦେଶରେ ୧୧, ୮୫୦ କରୋନା ସଂକ୍ରମିତ ଓ ୫୫୫ ମୃତ

ଦିଲ୍ଲୀ: ନଭେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧, ୮୫୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୪୦୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୨୬ ହଜାର ୪୮୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ […]

Samaya Live Picture
Published On

ଦିଲ୍ଲୀ: ନଭେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧, ୮୫୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୪୦୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୨୬ ହଜାର ୪୮୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୩୬ ହଜାର ୩୦୮ ରହିଛି ।

ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୫୫୫ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ ୪, ୬୩, ୨୪୫ କରୋନା ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୦୫ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୯୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୧୧. ୪୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।