୨୪ ଘଣ୍ଟାରେ ଦେଶରେ ୧୦, ୩୦୨ କରୋନା ସଂକ୍ରମିତ ଓ ୨୬୭ ମୃତ
ଦିଲ୍ଲୀ: ନଭେମ୍ବର ୨୦: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୩୦୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୭୮୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୦୯ ହଜାର ୭୦୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ […]
ଦିଲ୍ଲୀ: ନଭେମ୍ବର ୨୦: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୩୦୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୭୮୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୦୯ ହଜାର ୭୦୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୨୪ ହଜାର ୮୬୮ ରହିଛି । ୨୪ ଘଣ୍ଟାରେ ଦେଶରେ ୨୬୭ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୫ ହଜାର ୩୪୯ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୩ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୯୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୧୫. ୭୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




