ଦେଶରେ କମିଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୮, ୪୮୮ ସଂକ୍ରମିତ ଏବଂ ୧୨, ୫୧୦ ସୁସ୍ଥ

ଦିଲ୍ଲୀ: ନଭେମ୍ବର ୨୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୪୮୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୫୧୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୩୪ ହଜାର ୫୪୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ […]

Samaya Live Picture
Published On

ଦିଲ୍ଲୀ: ନଭେମ୍ବର ୨୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୪୮୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୫୧୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୩୪ ହଜାର ୫୪୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ୪୪୩ ରହିଛି । ୨୪ ଘଣ୍ଟାରେ ଦେଶରେ ୨୪୯ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୫ ହଜାର ୯୧୧ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୩ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୦୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୧୬. ୮୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।