ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୯,୧୧୯ ସଂକ୍ରମିତ ଏବଂ ୩୯୬ ମୃତ
ଦିଲ୍ଲୀ: ନଭେମ୍ବର ୨୫: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୧୧୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୨୬୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୬୭ ହଜାର ୯୬୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ […]
ଦିଲ୍ଲୀ: ନଭେମ୍ବର ୨୫: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୧୧୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୨୬୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୬୭ ହଜାର ୯୬୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୯ ହଜାର ୯୪୦ ରହିଛି । ୨୪ ଘଣ୍ଟାରେ ଦେଶରେ ୩୯୬ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୬ ହଜାର ୯୮୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୦ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୭୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୧୯. ୩୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




