୨୪ ଘଣ୍ଟାରେ ଦେଶରେ ୮, ୩୧୮ ସଂକ୍ରମିତ ଏବଂ ୪୬୫ ମୃତ

ଦିଲ୍ଲୀ: ନଭେମ୍ବର ୨୭: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୩୧୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୯୬୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୮୮ ହଜାର ୭୯୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ […]

Samaya Live Picture
Published On

ଦିଲ୍ଲୀ: ନଭେମ୍ବର ୨୭: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୩୧୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୯୬୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୮୮ ହଜାର ୭୯୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୦୭ ହଜାର ୧୯ ରହିଛି । ୨୪ ଘଣ୍ଟାରେ ଦେଶରେ ୪୬୫ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୭ ହଜାର ୯୩୩ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୮୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୮୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୨୧. ୦୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।