୨୪ ଘଣ୍ଟାରେ ଦେଶରେ ୮,୯୫୪ କରୋନା ସଂକ୍ରମିତ ଏବଂ ୨୬୭ ମୃତ
ଦିଲ୍ଲୀ: ଡିସେମ୍ବର ୦୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୯୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୨୦୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ […]
ଦିଲ୍ଲୀ: ଡିସେମ୍ବର ୦୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୯୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୨୦୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ ହଜାର ୨୩ ରହିଛି । ୨୪ ଘଣ୍ଟାରେ ଦେଶରେ ୨୬୭ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୯ ହଜାର ୨୪୭ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୮୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୮୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୨୪. ୧୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




