୨୪ ଘଣ୍ଟାରେ ଦେଶରେ ୯, ୭୬୫ କରୋନା ସଂକ୍ରମିତ ଏବଂ ୪୭୭ ମୃତ
ଦିଲ୍ଲୀ: ଡିସେମ୍ବର ୦୨ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୭୬୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୫୪୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୩୭ ହଜାର ୫୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ […]
ଦିଲ୍ଲୀ: ଡିସେମ୍ବର ୦୨ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୭୬୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୫୪୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୩୭ ହଜାର ୫୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ ହଜାର ୭୬୩ ରହିଛି । ୨୪ ଘଣ୍ଟାରେ ଦେଶରେ ୪୭୭ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୯ ହଜାର ୭୨୪ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୮୫ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୮୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୨୪. ୯୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




