୨୪ ଘଣ୍ଟାରେ ଦେଶରେ ୮,୬୦୩ କରୋନା ସଂକ୍ରମିତ ଏବଂ ୪୧୫ ମୃତ

ଦିଲ୍ଲୀ: ଡିସେମ୍ବର ୦୪ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୬୦୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୧୯୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୫୩ ହଜାର ୮୫୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୦୪ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୬୦୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୧୯୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୫୩ ହଜାର ୮୫୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ ହଜାର ୯୭୪ ରହିଛି । ୨୪ ଘଣ୍ଟାରେ ଦେଶରେ ୪୧୫ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୦ ହଜାର ୫୩୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୮୧ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୬୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୨୬. ୫୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।