୨୪ ଘଣ୍ଟାରେ ଦେଶରେ ୮, ୩୦୬ କରୋନା ସଂକ୍ରମିତ ଏବଂ ୨୧୧ ମୃତ

ଦିଲ୍ଲୀ: ଡିସେମ୍ବର ୦୬ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୩୦୬ ରହିଛି । କେରଳରେ ସର୍ବାଧିକ ୪, ୪୫୦ ଜଣ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୮୩୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି , ଯାହା ଏକ ଆଶ୍ୱସ୍ତିକର କଥା । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୦୬ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୩୦୬ ରହିଛି । କେରଳରେ ସର୍ବାଧିକ ୪, ୪୫୦ ଜଣ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୮୩୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି , ଯାହା ଏକ ଆଶ୍ୱସ୍ତିକର କଥା । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୬୯ ହଜାର ୬୦୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୮ ହଜାର ୪୧୬ ରହିଛି । ୨୪ ଘଣ୍ଟାରେ ଦେଶରେ ୨୧୧ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୩ ହଜାର ୫୩୭ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୭୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୯୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୨୭. ୯୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।