୨୪ ଘଣ୍ଟାରେ ଦେଶରେ ୧୯, ୭୪୦ କାରୋନା ସଂକ୍ରମିତ ଓ ୨୪୮ ମୃତ

ଦିଲ୍ଲୀ: ଅକ୍‌ଟୋବର ୦୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯, ୭୪୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୩, ୦୭୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୯୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୨ ଲକ୍ଷ ୪୮ ହଜାର ୨୯୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ […]

Samaya Live Picture
Published On

ଦିଲ୍ଲୀ: ଅକ୍‌ଟୋବର ୦୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯, ୭୪୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୩, ୦୭୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୯୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୨ ଲକ୍ଷ ୪୮ ହଜାର ୨୯୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ ୩୬ ହଜାର ୬୪୩ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୪୮ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୦ ହଜାର ୩୭୪ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୬୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୫୬ ପ୍ରତିଶତ ରହିଛି । ଦେଶରେ ଏପର୍ଯ୍ୟନ୍ତ ୯୩.୯୯ କୋଟିରୁ ଅଧିକ କରୋନା ଟିକା ନେଇ ସାରିଲେଣି ।